ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ, ୭୩୭ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ୬୫ କରୋନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟ​‌ରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ ରହିଥିବା ବେଳେ ୧୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି ।  ଆଉ ୫୬୮ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.