ଆଉ ୯୧ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୮୨୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ​‌ସୂଚନା ମିଳିଛି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କୂ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୬୨୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.