ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪, ଗଞ୍ଜାମରେ ୨ୟ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ଵର : ଆଜି ସକାଳେ ଗଞ୍ଜାମ ଜିଲ୍ଲାର ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଥିଲା । ହେଲେ ଏବେ ତ୍ରୁଟି ସୁଧାରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ଯେ ଏ ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ରିପୋର୍ଟ ନେଗେଟିଭ୍ ଥିଲା । ଏଣୁ ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ନୁହେଁ, ବରଂ ୪ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ପର୍ୟ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ବର୍ତ୍ତମାନ ୧୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.