ରାଜ୍ୟରେ ସୁସ୍ଥ ହେଲେ ୧୪୯ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ୨୨୮୨

ସମାଜ ପୋର୍ଟାଲ ଡେସ୍କ: ରାଜ୍ୟରେ ବୁଧବାର ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୨ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୧୪୯ ଜଣଙ୍କ ମଧ୍ୟରୁ ଗଂଜାମରୁ ୫୭, ଖୋର୍ଦ୍ଧାରୁ ୨୬, ବଲାଙ୍ଗୀରରୁ ୧୧, ଜଗତସିଂପୁରରୁ ୮, ବାଲେଶ୍ୱର, ଯାଜପୁର ଓ ନୟାଗଡ଼ରୁ ୭ ଜଣ ଲେଖାଏଁ, ଭଦ୍ରକ, କେନ୍ଦ୍ରାପଡା ଓ ପୁରୀରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨ ଓ ବୌଦ୍ଧ ଏବଂ କୋରାପୁଟରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୋଟ ୧ଲକ୍ଷ ୮୫ ହଜାର ୪୧୦ ନମୁନା ପରିକ୍ଷଣ ହୋଇଥିବା ବେଳେ ୩ ହଜାର ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮୨ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ଏବଂ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୯୫୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚକିତ୍ସିତ ହେଉଛନ୍ତି।

Comments are closed.