ରାଜ୍ୟରେ ଆଜି ପୁଣି ୧୦ ହଜାର ଉପରେ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ୧୫୫୭

ଅତ୍ୟଧିକ ସଂକ୍ରମିତ ୫ ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, ଅନୁଗୁଳ ଓ ବାଲେଶ୍ୱର

ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୦ ହଜାର ୬୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୫୫୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି। ୫ଟି ଜିଲ୍ଲାରେ ଦିନକରେ ୫ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ଟି ଜିଲ୍ଲାରେ ୪ ଶହରୁ ଅଧିକ, ୬ଟି ଜିଲ୍ଲାରେ ୩ ଶହରୁ ଅଧିକ, ୭ଟି ଜିଲ୍ଲାରେ ୨ ଶହରୁ ଅଧିକ ଓ ୮ଟି ଜିଲ୍ଲାରେ ୧ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ତାଲିକାରେ ଷ୍ଟେଟପୁଲରୁ ୨୬୭ ଜଣ ଅଛନ୍ତି।

ଆଜି ଚିହ୍ନଟଙ୍କ ମଧ୍ୟରେ କଟକରୁ ୯୩୦, ସୁନ୍ଦରଗଡ଼ରୁ ୭୭୪, ଅନୁଗୁଳରୁ ୫୫୭, ବାଲେଶ୍ୱରରୁ ୫୦୩, ସମ୍ବଲପୁରରୁ ୪୯୪, ମୟୂରଭଞ୍ଜରୁ ୪୦୪, ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ରୁ ୩୫୭, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧ ଓ ଯାଜପୁରରୁ ୩୦୭ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୨୭୮, କଳାହାଣ୍ଡିରୁ ୨୬୩, ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢେଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ନବରଙ୍ଗପୁରରୁ ୨୦୭, ବଲାଙ୍ଗିରରୁ ୧୯୮, ସୋନପୁରରୁ ୧୯୫, କେନ୍ଦ୍ରାପଡ଼ାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡ଼ାରୁ ୧୬୩, ଦେବଗଡ଼ରୁ ୧୧୨, ଗଜପତିରୁ ୧୦୪, କନ୍ଧମାଳରୁ ୬୯ ଓ ମାଲକାନଗିରିରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Comments are closed.