ଯାଜପୁରରୁ ଆଉ ଜଣେ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୧୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୮୦କୁ ବୃଦ୍ଧି ପାଇଛି ।   ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଏଥି ସହ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି । ଆକ୍ରାନ୍ତ ଜଣଙ୍କ ୫୭ବର୍ଷିୟ ପୁରୁଷ ହୋଇଥିବା ବେଳେ ସେ ନିକଟରେ କୋଲକାତାରୁ ଫେରିଥିଲେ । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭଗା ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ୧୮୦ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ ୧୧୯ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.