କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୦ ମାମଲା, ୧୫ ଗିରଫ

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୦ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୭ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୧୫ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି । ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୪୩,୩୧୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୪,୯୧୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୧,୨୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୯୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୩,୪୦୪ ରହିଛି । ୧୩,୪୦୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Comments are closed.