ଆପୋଷ ଆଲୋଚନାରେ ଘରୋଇ ସ୍କୁଲ ଫି ବୃଦ୍ଧି ସମସ୍ୟାର ସମାଧାନ ଉପରେ ହାଇକୋର୍ଟଙ୍କ ଗୁରୁତ୍ବ

କଟକ : ରାଜ୍ୟରେ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ହାଇକୋର୍ଟ ତାଙ୍କ ରାୟ ଶୁଣାଇଛନ୍ତି। ଏହି ମାମଲାରେ ଆପୋଷ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ହାଇକୋର୍ଟ ତାଙ୍କ ରାୟରେ ଗୁରୁତ୍ବ ଦେଇଛନ୍ତି। ଏହି ଘଟଣାରେ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ବୈଠକ କରି ଆପୋସ ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି।
ଏଥି ସହିତ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ମିଳିତ ବୈଠକ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ଗଣଶିକ୍ଷା ସଚିବ ବୈଠକ କରିବେ । ବୈଠକ ହେବା ପରେ ଯାହା ବି ନିଷ୍ପତ୍ତି ନିଆଯିବ ତାହା ହାଇକୋର୍ଟଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ହାଇକୋର୍ଟରେ ଆସନ୍ତା ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ହେବ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା।