୨୧ରୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ବାଂଲାଦେଶ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଅନୁଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସୋମବାରଠାରୁ ତିନିଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୧ରେ କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିରେ ସତର୍କ ସୂଚନା ଜାରି କରାଯାଇଛି।

Comments are closed.