ପୁଣି ୨ ଦିନ ସ୍କୁଲ ଛୁଟି, ଅଙ୍ଗନୱାଡ଼ି କେନ୍ଦ୍ର ବି ବନ୍ଦ ରହିବ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଆଉ ୨ ଦିନ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲି ଓ ପହରଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଅପ୍ରିଲ ୧୯ ଓ ୨୦ ତାରିଖ ତଥା ବୁଧବାର ଓ ଗୁରୁବାର ଦୁଇଦିନ ସ୍କୁଲ ବନ୍ଦ ରହିବ।

ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ସେହିପରି ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.