ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ; ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌‌

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଆଜି ନୋଟିସ ଜାରି କରିଛନ୍ତି ହାଇକୋର୍ଟ। ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନୋଟିସ୍‌‌ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍‌‌ ଜାରି କରାଯାଇଛି। କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆବେଦନ ଉପରେ ନୋଟିସ କରାଯାଇଛି। ଏହି ମାମଲାରେ ଜୁଲାଇ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Comments are closed.