ବଢୁଛି ସଂକ୍ରମଣ : ରାଜ୍ୟରେ ୫୭୩ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର :  ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହା ଦୈନିକ ୫୦୦ ଉପରେ ରହୁଛି ।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୬୯ରେ ପହଞ୍ଚିଛି । ଗତକାଲି ଏହି ସଂଖ୍ୟା ୫୧୬ ଥିଲା।

ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ କରୋନାରେ ୯୨୧୦ ଜଣଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡିଛି।

Comments are closed.