କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟା ମଧ୍ୟରେ ୭ ମାମଲା, ୩୦ ଗିରଫ

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ୨୪ ଘଣ୍ଟା ମଧ୍ୟରେ ୭ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୩୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି  ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୫୬,୫୮୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୧,୯୫୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୨୦୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୦୯୪ ରହିଛି । ୧୪,୦୯୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି  ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.