କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ : ୨୪ ଘଣ୍ଟାରେ ୧୧ମାମଲା, ୪୨ ଗିରଫ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୧ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୧୦ ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୪୨ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଓଡ଼ିଶାରେ ୧୪୦୯ ଜଣ କୋଭିଡ୍‌ ରୋଗୀ ଆରୋଗ୍ୟ ଲାଭପୂର୍ବକ ଅନ୍ୟ ଏକ ରେକର୍ଡ ହାସଲ ହୋଇଛି । ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୭୦,୫୯୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୭,୬୮୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୪,୪୮୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୨୧୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୨,୯୪୦ ରହିଛି । ୧୪,୩୪୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.