କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟା​ରେ ୮ ଗିରଫ

ଓଡ଼ିଶାରେ ମୋଟ ୧୫, ୫୩,୨୫୭ଟି ନମୁନା ପରୀକ୍ଷା, ୯୦,୯୮୬ ଜଣ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ମାମଲା ଦାୟର କରାଯାଇଛି। ଏହି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ। ୮ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୫, ୫୩,୨୫୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୦,୯୮୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬୫,୩୨୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟା-୨୫୧୦ ହୋଇଥିବାବେଳେ ୪୪୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୫,୧୬୨ ରହିଛି। ୨୭,୬୭୨ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Comments are closed.