୪ ଦିନ ଲାଗି ରହିବ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଡେସ୍କ: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର , ମୟୁରଭଂଜ. ଢେଙ୍କାନାଳ, କନ୍ଧମାଳ ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.