୧୦ରେ ୫ ଜିଲାରେ ବର୍ଷା

ଭୁବନେଶ୍ୱର: ନଭେମ୍ବର ଦ୍ବିତୀୟ ଓ ତୃତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରେ  ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଥିବାବେଳେ ୧୦ରୁ ରାଜ୍ୟରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ଗଜପତି ପ୍ରଭୃତି ୫ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏପରିକି ଏହି ଜିଲାଗୁଡ଼ିକରେ କେତୋଟି ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ହୋଇପାରେ। ତେବେ ଅନ୍ୟ ଜିଲାଗୁଡ଼ିକରେ ପାଗ ଶୁଖିଲା ରହିବ। ଏହାସହିତ ଆସନ୍ତା ୨/୩ ଦିନ ମଧ୍ୟରେ ରାଜ୍ୟରେ ରାତିର ତାପମାତ୍ରା ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ।

Comments are closed.