ଶୀତରୁ ସାମାନ୍ୟ ଆଶ୍ବସ୍ତି

ଭୁବନେଶ୍ବର: ରାତି ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଶୀତରୁ ଲୋକଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୫ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଗତକାଲି ସୁନ୍ଦରଗଡରେ ସର୍ବନିମ୍ନ ତାପମାତ୍ରା ୮ଡିଗ୍ରୀ ରେକର୍ଡ ହୋଇଛି। ୪ଟି ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି। ଦାରିଙ୍ଗବାଡି, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ଥିଲା। ଆସନ୍ତା ୨୪ ଘଣ୍ଟାରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ ଏବଂ କନ୍ଧମାଳ ଜିଲାର କିଛି ସ୍ଥାନରେ କୁହୁଡି ହୋଇପାରେ।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ୨୮ରୁ ପାଗରେ ପରିବର୍ତ୍ତନ ଆସିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୨୮ରୁ ୩୦ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ। ୨୯ରେ ସୁନ୍ଦରଗଡ ଓ ସଂଲଗ୍ନ ଅଞ୍ଚଳରେ ବର୍ଷା ହୋଇପାରେ। ଉପକୂଳ ଜିଲାଗୁଡିକରେ ବର୍ଷା ସମ୍ଭାବନା ନାହିଁ।

Comments are closed.