୨ ଦିନ ବର୍ଷିବ

ଡେସ୍କ: ଆସନ୍ତା ୨ ଦିନ ଯାଏଁ ରାଜ୍ୟର କେତେକ ଅଂଚଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତୀ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଛି। ଏହି ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼଼, ଝାରସୁଗୁଡ଼ା, ବରଗଡ଼଼, ସମ୍ବଲପୁର, ପୁରୀ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼଼, ଦେବଗଡ଼଼ ଓ ଗଞ୍ଜାମ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ୨୬ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମୟୁରଭଂଜ, ଢେଙ୍କାନାଳ , କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.