ଆସନ୍ତା ୨ ଦିନ ଘଡଘଡି ସହ ବର୍ଷା, ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

ଡେସ୍କ: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି। ଅନ୍ୟପଲଷାରେ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ମଧ୍ୟ ରହିଛି।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୬ ଟି ଜିଲ୍ଲାରେ ଘଡଘଡି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ , ଢେଙ୍କାନାଳ , କନ୍ଧମାଳ ଓ ଅନୁଗୁଳ। ସେହିପରି ୨୬ରୁ ୨୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମୟୁରଭଂଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି, ବଜ୍ରପାତ ସହ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

Comments are closed.