ରାଜ୍ୟରେ ଆଉ ୨ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ପୁଣି ଓଡିଶାରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ । ଚିହ୍ନଟ ହେଲେ ଆଉ ୨ ଓମିକ୍ରନ ଆକ୍ରାନ୍ତ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ପକ୍ଷରୁ ଆଜି ସୂଚନା ମିଳିଛି ।
ଆଜି ଚିହ୍ନଟ ହୋଇଥିବା ଓମିକ୍ରନ ଆକ୍ରାନ୍ତ ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଚିହ୍ନଟ ୨ ଆକ୍ରାନ୍ତ ନାବାଳିକା ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୧୧ ଓ ୧୩ ବର୍ଷ ବୋଲି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଗତ ୧୩ ତାରିଖରେ ବାପାମାଆଙ୍କ ସହ ୨ ଜଣ ନାଇଜେରିଆରୁ ଫେରିଥିଲେ। ବାପାମାଆଙ୍କ ରିପୋର୍ଟ ନେଗେଟିଭ ଆସିଥିବା ବେଳେ ଏହି ୨ ନାବାଳିକା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଠିକ ଅଛି । ଆକ୍ରାନ୍ତ ଚିହ୍ନଟ ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ମଧ୍ୟ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ଫଳରେ ରାଜ୍ୟ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି ।

Comments are closed.