ପୋଷାକ ଦୋକାନରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ କଡ ତୁରୁମୁଙ୍ଗା ବଜାର ର ଝାରବେଡା ରେ ଥିବା  ଏକ ପୋଷାକ ଦୋକାନରେ  ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ପୋଷାକ ଜଳି ପୋଡ଼ି ନଷ୍ଟ ହୋଇଯାଇଛି । ଦୋକାନରେ ନିଆଁ ଲାଗିବା ଦେଖି ସ୍ଥାନୀୟ ଲୋକେ ପୁଲିସ  ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ବିଳମ୍ବିତ ରାତିରେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଥିବା ବେଳେ ତୁରୁମୁଙ୍ଗା ପୁଲିସ ଘଟଣାର ତଦନ୍ତ କରୁଛି ।

Comments are closed.