ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ; ଆଜି ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ସୃଷ୍ଟ ହୋଇଥିବା ଏହି ଲଘୁଚାପ ଆସନ୍ତା ୪୮ ଘଣ୍ଟାରେ ଘନୀଭୂତ ହୋଇ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଆସନ୍ତା ୨୭ ତାରିଖ ଯାଏଁ ବର୍ଷା ରାଜ୍ୟରେ ଅନେକ ଜିଲାରେ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଜି ୧୬ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦୁଝର,ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କୋରାପୁଟ,ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ,କଟକ,ଜଗତସିଂହପୁର, କେନ୍ଦ୍ରାପଡା ଓ ଦେବଗଡ଼କୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.