ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୯୦

ଭୁବନେଶ୍ଵର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ଘର ଭଦ୍ରକ ଜିଲାରେ। ଫଳରେ ଭଦ୍ରକରେ ସଂକ୍ରମିତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ଏହା ସହିତ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦ ଛୁଇଁଛି। ନୂଆ ଆକ୍ରାନ୍ତଙ୍କ ବୟସ ୪୦ ବର୍ଷ ବୋଲି ଜଣାପଡ଼ିଛି। ସେ ବାସୁଦେବପୁର ଅଞ୍ଚଳର। ନିକଟରେ ସେ କଲକାତାରୁ ଫେରିଥିଲେ। ଯୁବକଙ୍କ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ସେ କାହା କାହା ସହିତ ମିଶିଛନ୍ତି ସେନେଇ ତଥ୍ୟ ସଂଗ୍ରହ କରାଯାଉଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

Comments are closed.