ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ମୃତକ ଜଣକ କଟକ ଜିଲ୍ଲାର ବୋଲି ଜଣାପଡ଼ିଛି । ମୃତକଙ୍କ ବୟସ ୭୫ ବର୍ଷ ବୟସ ହୋଇଥିବା ବେଳେ ସେ ଏମ୍ସରେ ଚିକିତ୍ସାଧୀନ ଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ମିଳିଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି ।  ସେମାନଙ୍କ ମଧ୍ୟରୁ ୨୭୭ଜଣ ସୁସ୍ଥ ହୋଇଥିବା ବେଳେ ୫ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୬୯୬ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.