ସୁରକ୍ଷାକର୍ମୀ – ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ; ଜଣେ ଯବାନ ଶହୀଦ ; ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏହାସହ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଛି। ଗତକାଲି ବିଳମ୍ବିତ ରାତିରୁ ଗୁଳିବିନିମୟ ହୋଇଥିବା ବେଳେ ଏଯାଏଁ ମଧ୍ୟ ଗୁଳିବିନିମୟ ଜାରି ରହିଛି।
ସୂଚନା ଅନୁଯାୟୀ, ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀମାନେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀ ପ୍ରଥମେ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ବତ୍ତର୍ମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।

 

Comments are closed.