ଆଇଏନ୍‌ଏକ୍ସ୍‍ ମିଡିଆ ମାମଲା : ଇଡିରୁ ଜାମିନ ପାଇଁ ଦିଲ୍ଲୀ ହାଇକୋର୍ଟରେ ଆବେଦନ କଲେ ଚିଦାମ୍ବରମ୍‌

ନୂଆଦିଲ୍ଲୀ : ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ବୁଧବାର ଜାମିନ ପାଇଁ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ସିବିଆଇ ଦାଏର କରିଥିବା ଆଇଏନ୍‌ଏକ୍ସ ମିଡିଆ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କୁ ୧ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି। ଏବେ ସେ ଏହି ମାମଲାର ଯାଞ୍ଚ କରୁଥିବା ପବର୍ତ୍ତନ ନିର୍ଦେଶାଳୟ(ଇଡି)ରୁ ଜାମିନ ପାଇଁ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି।
ଚିଦାମ୍ବରମ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଇଡି ହେପାଜତରେ ତିହାର ଜେଲରେ ରହିବେ।

Comments are closed.