MEllora 950×100

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା; ପ୍ରଥମ ପର୍ଯ୍ୟାୟରେ ମିଳିବ..

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ପ୍ୟାକେଜ୍ ଘୋଷଣା କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ୧୦୦୦ ଟଙ୍କା ଦିଆଯିବ। ଏଥିସହ ପ୍ରତ୍ୟେକ ସିଜନାଲ ଷ୍ଟାଫ୍ ଓ ବନ୍ଧାଳିଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯିବ। ସବୁ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ। କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାଙ୍କୁ ବୃତ୍ତି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି ସର୍କଲ ଚେକର୍ସ ଓ ବାଇଣ୍ଡିଂ ଷ୍ଟାଫଙ୍କ ଗ୍ରାଚୁଇଟି ଦେୟ ଅବଧି ୭ ଦିନରୁ ୧୫ ଦିନକୁ ବୃଦ୍ଧି କରାଯିବା ସହ ସମସ୍ତ ତୋଳାଳିଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ନବୀନ।

Comments are closed.