ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପୁଣି ଅସୁସ୍ଥ

ବଡ଼ବିଲ: ପଦ୍ମଶ୍ରୀ ଡ.ତୁଳସୀ ମୁଣ୍ଡା ରବିବାର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି। ଆଜି ପୂର୍ବାହ୍ଣରେ ସେ ସେରେଣ୍ଡାସ୍ଥିତ ଆଦିବାସୀ ବିକାଶ ସମିତି ପରିସରରେ ଥିବା ବେଳେ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ତୁରନ୍ତ ଯୋଡ଼ାସ୍ଥିତ ଟିସ୍କୋ ହସପିଟାଲକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ତାଙ୍କୁ ଭୁବନେଶ୍ୱର ନିଆଯାଇଛି। ପୂର୍ବରୁ ଫେବୃୟାରୀ ୧୭ରେ ସେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Comments are closed.