ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାଲିକା ପ୍ରକାଶ: ୨ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥୀ ଯୋଗ୍ୟ, ୮୬୪୮ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ

ଭୁବନେଶ୍ବର: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ, ଜିଲା ପରିଷଦ ସଭ୍ୟ ଓ ୱାର୍ଡ ମେମ୍ବର ଆଶାୟୀ ପ୍ରାର୍ଥୀ ଦାଖଲ କରିଥିବା ନାମାଙ୍କନପତ୍ରଗୁଡ଼ିକ ଯାଞ୍ଚ ପରେ ଆଜି ଯୋଗ୍ୟ ପ୍ରାର୍ଥୀମାନଙ୍କର ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ୨ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥୀ ଯୋଗ୍ୟ ହୋଇଛନ୍ତି। ସେହିପରି ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ୮୬୪୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଯାଇଛି।
ରାଜ୍ୟ ନିର୍ବାଚନ କମିସନର ସଚିବ ଦେଇଥିବା ସୂଚନା ଅନୁଯାୟୀ ପ୍ରାର୍ଥୀପତ୍ର ଯାଞ୍ଚ ପରେ ଏବେ ମୋଟ ୨ ଲକ୍ଷ ୨୦ ହଜାର ୪୧୪ ଜଣ ପ୍ରାର୍ଥୀ ନିର୍ବାଚନରେ ଲଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେଥିମଧ୍ୟରୁ ୱାର୍ଡମେମ୍ବର ପାଇଁ ସର୍ବାଧିକ ୧ ଲକ୍ଷ ୫୬ ହଜାର ପ୍ରାର୍ଥୀ ନିର୍ବାଚନ ଲଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।

 

ସେହିପରି ୭୫୩, ସରପଞ୍ଚ ପାଇଁ ୩୨ ହଜଜାର ୮୬୦, ସମିତି ସଭ୍ୟ ପାଇଁ ୨୭ ହଜାର ୩୪ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୩ହଜାର ୭୬୭ ଜଣ ପ୍ରାର୍ଥୀ ଆଗାମୀ ପଞ୍ଚାୟତ ନିର୍ବାଚନରେ ଲଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିପରି ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ୮୬୪୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଯାଇଛି। ସେଥିମଧ୍ୟରେ ୱାର୍ଡମେମ୍ବର ପାଇଁ ନାମାଙ୍କନ ଦାଖଲ କରିଥିବା ୫୫୪୪ ଜଣ, ସରପଞ୍ଚ ପାଇଁଁ ୧୭୫୩, ପଞ୍ଚାୟତ ସମିତି ପାଇଁ ୧୧୧୯ ଜଣ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୩୨ ଜଣ ଅଛନ୍ତି। ରାଜ୍ୟ ନିର୍ବାଚନ କମିସନରଙ୍କ ସଚିବ ଏହି ସୂଚନା ଦେଇଛନ୍ତି।

Comments are closed.