କରୋନା ପାଇଁ ପଞ୍ଚାୟତ ଉପ-ନିର୍ବାଚନ ସ୍ଥଗିତ

ଭୁବନେଶ୍ବର : ସମଗ୍ର ବିଶ୍ବରେ ଆତଙ୍କ ଖେଳାଇଚାଲିଥିବା କରୋନା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେଉଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ପାଉଥିବା ବେଳେ ଗତକାଲି ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାର କରୋନାକୁ ବିପର୍ୟ୍ୟୟ ଭାବେ ଘୋଷଣା କରାଯାଇଥିବା ବେଳେ ସମସ୍ତ ସତର୍କତା ମୂଳକ ପଦକ୍ଷେପ ନିଆଯାଉଛି।

ଆଜି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ଉପ-ନିର୍ବାଚନକୁ ସ୍ଥଗିତ କରି ଦେଇଛନ୍ତି। ମାର୍ଚ୍ଚ ୨୪ ତାରିଖରେ ଏହି ଉପନିର୍ବାଚନ ହୋଇଥା’ନ୍ତ। ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ ସଭ୍ୟ, ୬ ସରପଞ୍ଚ, ୮ ସମିତି ସଭ୍ୟ ଓ ୮୪ଟି ୱାର୍ଡ ସଭ୍ୟ ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହୋଇଥା’ନ୍ତା। ତେବେ ଏହି ଉପନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।

Comments are closed.