ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

ପାପଡାହାଣ୍ଡି: ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆଜି ପାପଡାହାଣ୍ଡି ବ୍ଲକ ବିଜେଡିର ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଆଜି ପାପଡାହାଣ୍ଡି ବ୍ଲକ ଆଗରେ ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଗ୍ୟାସ ଦର ବୃଦ୍ଧିର ପ୍ରତିବାଦ କରି ବକ୍ତବ୍ୟ ପ୍ରଦାନ କରିଥିଲେ। ଏତଦ୍ ବ୍ୟତୀତ ବିଜେଡିର ପଞ୍ଚାୟତ ସ୍ତରୀୟ ନେତା ଏବଂ କର୍ମୀମାନେ ଉପସ୍ଥିତ ଥିଲେ। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପାପଡାହାଣ୍ଡି ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ବିକ୍ଷୋଭ ସଭାରେ ପାପଡାହାଣ୍ଡି ବ୍ଲକ ବିଜେଡି ସଭାପତି ବିଦ୍ୟାଧର ମଲ୍ଲିକ, ମୋତିରାମ ନାୟକ, ସୋମନାଥ ବିଶୋଇ, ତ୍ରିନାଥ ପ୍ରଧାନ, ଦାମୋଦର ପୂଜାରୀ, ବିନୋଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.