www.samajalive.in
Monday, December 15, 2025
26.1 C
Bhubaneswar

ପରୀ ହତ୍ୟା ମାମଲା: ନୟାଗଡ ଜିଲାପାଳ ଏବଂ ଏସ୍‌ପିଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନଙ୍କ ସମନ

ନୂଆଦିଲ୍ଲୀ : ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲାପାଳ ଏବଂ ଏସ୍‌ପିଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ସମନ ଜାରି କରିଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ। ନୟାଗଡ଼ ଜିଲାପାଳ ଏବଂ ଏସ୍‌ପିଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ସମନ ଜାରି କରାଯାଇଥିବା ନେଇ ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗର ଚେୟାରମ୍ୟାନ ପ୍ରିୟଙ୍କ କାନୁନଗୋ ଟ୍ବିଟ୍ କରି ସୂଚନା ଦେଇଛନ୍ତି।


ସୂଚନାଯୋଗ୍ୟ ଗତ ନଭେମ୍ବର ୩୦ ତାରିଖରେ ନୟାଗଡର ନାବାଳିକା ‘ପରୀ’ ହତ୍ୟାକାଣ୍ଡ ମାମଲାରେ ରାଜ୍ୟ ମୁଖ୍ୟଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଥିଲେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ। ପରୀ ହତ୍ୟାକାଣ୍ଡ ମାମଲାରେ ତଦନ୍ତର ଅଗ୍ରଗତି, ପୀଡିତାର ବୟସ ପ୍ରମାଣ ପତ୍ର, ଏତଲା କପି ଏବଂ ଅଭିଯୁକ୍ତଙ୍କ ବିରୋଧରେ ବର୍ତ୍ତମାନ ସୁଦ୍ଧା କଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ୧୦ ଦିନ ମଧ୍ୟରେ ଏହାର ରିପୋର୍ଟ ଦେବାକୁ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ ରାଜ୍ୟ ମୁଖ୍ୟଶାସନ ସଚିବଙ୍କୁ ନୋଟିସ୍ କରିଥିଲେ।

- Advertisement -

ସେହିପରି ଗତ ନଭେମ୍ବର ୩୦ ତାରିଖରେ ପରୀ ହତ୍ୟାକାଣ୍ଡ ମାମଲାକୁ ନେଇ ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ସାକ୍ଷାତ କରି ଏକ ଦାବି ପତ୍ର ପ୍ରଦାନ କରିଥିଲେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡକ୍ଟର ସମ୍ବିତ ପାତ୍ର। ଦାବି ପତ୍ରରେ ମୁଖ୍ୟତଃ ୨ ପ୍ରସଙ୍ଗ ଉଠାଇଥିଲେ ସମ୍ବିତ ପାତ୍ର। ଜାତୀୟ ଶିଶୁ ସୁରକ୍ଷା କମିଶନର ଏକ ସ୍ବତନ୍ତ୍ର  ଟିମ୍ ଘଟଣା ସ୍ଥଳକୁ ଯାଇ ତଦନ୍ତ କରୁ, ‘ପରୀ’ ଶରୀରର ବିଭିନ୍ନ ଅଙ୍ଗ ଚୋରୀ ହୋଇଛି ନା ନାହିଁ ତାହାର ମଧ୍ୟ ତଦନ୍ତ କରିବା ଏବଂ ଏଥିରେ ମନ୍ତ୍ରୀ ଅରୁଣ ସାହୁଙ୍କର ଏଥିରେ କ’ଣ ସମ୍ପୃକ୍ତି ରହିତ ତାହା ମଧ୍ୟ ତଦନ୍ତ କରାଯିବା ପାଇଁ ଦାବି କରିଥିଲେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡକ୍ଟର ସମ୍ବିତ ପାତ୍ର। ତେବେ ଆଜି ଜାତୀୟ ଶିଶୁ ସୁରକ୍ଷା କମିଶନ ନୟାଗଡ ଜିଲାପାଳ ଏବଂ ଏସପିଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ସମନ ଜାରି କରିବା ପରେ ସମ୍ବିତ ପାତ୍ର ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗର ଚେୟାରମ୍ୟାନ ପ୍ରିୟଙ୍କ କାନୁନଗୋଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories