ମୋବାଇଲ ଚାର୍ଜ କରିବା ହେଲା କାଳ : ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲା ତାଳପଦା ଗ୍ରାମରେ ଘଟିଛି ଅଘଟଣ । ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ସୋମବାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଉଛନ୍ତି  ବିକାଶ ମୁଣ୍ଡାଙ୍କ ପତ୍ନୀ ମିନାକ୍ଷୀ ମୁଣ୍ଡା । ତଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ୧୦୮ ଯୋଗେ ପାଟଣା ଗୋଷ୍ଠୀ ସ୍ୱାସ୍ଥକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Comments are closed.