ପାଟଣା ବ୍ଲକ ବିଜୁ ଜନତା ଦଳ ସଭାପତି ମାଧବାନନ୍ଦ ପୃଷ୍ଟିଙ୍କୁ କରୋନା

ପାଟଣା : ପାଟଣା ବ୍ଲକ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି କରୋନା ଆକ୍ରାନ୍ତ ହୋଇଛନ୍ତି । ଗତକାଲି ଆଣ୍ଟିଜେନ୍ ଟେଷ୍ଟ ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣା ପଡିଥିଲା । ମାଧବାନନ୍ଦ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ଚିକିତ୍ସା ପାଇଁ ତାଙ୍କୁ ଭୂବନେଶ୍ବରର କଳିଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୂର୍ବତନ ପାଟଣା ବିଧାୟକ ହୃଷୀକେଶ ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ବନାଥ ନାୟକ, ବିଜେଡି ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ବାବୁଲି ଭଞ୍ଜ , ବ୍ଲକ ଉପାଧ୍ୟକ୍ଷା ଲଷ୍ମୀପ୍ରିୟା ବେହେରା ପ୍ରମୁଖ ବହୁ ଦଳୀୟ ନେତା ଓ ଶୁଭେଚ୍ଛୁ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed.