ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଉପକରଣ ବଣ୍ଟନ

ପାଟଣା: ପାଟଣା ବ୍ଲକ ଗୋଷ୍ଠୀ ସାଧନ କେନ୍ଦ୍ର ସଭା ଗୃହରେ ଆଜି ବ୍ଲକ ଅଞ୍ଚଳର ୨୬ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟକ ଶିକ୍ଷା ଉପକରଣ ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ଵନାଥ ନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଶିକ୍ଷା ଉପକରଣ ବଣ୍ଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ସମଗ୍ର ଶିକ୍ଷା କେନ୍ଦୁଝରର ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ପୀତବାସ ରାଉତ, ଦେବାଶିଷ ରାଉତ, ଏବିଇଓ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସଚ୍ଚିଦାନନ୍ଦ ସେଠୀ, ପ୍ରାଥମିକ ଶିକ୍ଷକ ସଂଘ ସଂପାଦକ କମଳାକାନ୍ତ ପତି, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ମହାନ୍ତ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଗୋଷ୍ଠୀ ସମ୍ବଳ ଶିକ୍ଷକ ରଜନୀ ନାଏକ ଓ ମୀନକେତନ ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ୭ରୁ ୧୧ ର ବର୍ଷ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଉପକରଣ ସାମଗ୍ରୀ ଓ ୧୨ ରୁ ୧୮ ବର୍ଷର ଛାତ୍ରଛାତ୍ରୀଙ୍କ ଶିକ୍ଷା ଉପକରଣ ସାମଗ୍ରୀ ସହ ମୋବାଇଲ୍ ପ୍ରଦାନ କରାଯାଇଥିଲା।

Comments are closed.