ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ

ପାଟଣା: କେନ୍ଦୁଝର ଜିଲ୍ଲା ପିପିଳିଆ ସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ଆଜି ଜାତୀୟ ସେବା ଯୋଜନା ଦିବସ +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ନିରାକାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଦୈତାରି ମହାନ୍ତ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ନିବେଦିତା ଶୁକ୍ଳା, +୩ ବିଭାଗର ଏନ.ଏସ.ଏସ କାର୍ଯ୍ୟକ୍ରମ ଅଧିକାରୀ ମହିଳା ବର୍ଗର ଅଧ୍ୟାପିକା ପ୍ରିୟଙ୍କା ଦାସ, କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ହେମନ୍ତ କୁମାର ମିଶ୍ର ଓ ଅଧ୍ୟାପକ ସନ୍ତୋଷ ନାରାୟଣ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଜାତୀୟ ସେବା ଯୋଜନାର ମହତ ଲକ୍ଷ ଓ ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଦିଗଦର୍ଶନ ଦେଇଥିଲେ।

Comments are closed.