ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥର ଶିମୁଳି ନାଳ ସେତୁର ପ୍ରବେଶ ପଥ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଠାକୁରମୁଣ୍ଡା ଅଞ୍ଚଳର ରଞ୍ଜନ କୁମାର ନାଏକ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପାଟଣା ଅଗ୍ନିଶମ ବାହିନୀ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Comments are closed.