ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଚିନାମାଳିପଶି ଛକ ନିକଟ ପଲାଣଘାଟି ରାସ୍ତାରେ ବୁଧବାର ବିଳମ୍ୱିତ ସଂନ୍ଧ୍ୟାରେ ଗୋଟିଏ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ଥ ହୋଇଛି। ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ଷଡଙ୍ଗବାହାଳି ଗ୍ରାମର ଦୁଷ୍ମନ୍ତ ମହାନ୍ତ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପାଟଣା ଅଗ୍ନିଶମ ବାହିନୀ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି। ଗୁରୁତର ଯୁବକଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି।

Comments are closed.