ଓଲଟିଲା ଯାତ୍ରୀବାହୀ ଅଟୋ, ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାହାରପଡା ଫାଣ୍ଡି ଅନ୍ତର୍ଗତ ହାଣ୍ଡିଆସିଲି ନିକଟରେ ଏକ ଯାତ୍ରୀବାହୀ ଅଟୋ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଓଲଟି ପଡି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଅଟୋ ଚାଳକ ସହ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନିକଟସ୍ଥ ଡ଼ାକ୍ତରଖାନାକୁ ପଠାଇଛନ୍ତି। ଅଟୋଟି ମାଛଗଡ଼ରୁ ଅସନବଣି ଅଭିମୁଖେ ଯାଉଥିବା ବେଳେ ହାଣ୍ଡିଆସିଲି ନିକଟରେ ଏହି ଦୁର୍ଘଟଣା ଘଟିଛିl ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଅଟୋକୁ ଉଠାଇଥିବା ଜଣାପଡିଛି। ସୂଚନା ଯେ ଅଟୋ ଚାଳକ ଜଣଙ୍କ ଅତ୍ୟଧିକ ମଦ୍ୟପାନ କରି ଗାଡି ଚଳାଉ ଥିବାରୁ ଏପରି ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

Comments are closed.