ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ;୨ ଚାଳକ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ର ଖିରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ଆଜି ଭୋରରୁ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଉଭୟ ଗାଡ଼ି ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଉଭୟ ଗାଡ଼ି ର ଚାଳକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠାଯାଇଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

Comments are closed.