ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା କାର, ଚାଳକ ଆହତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାହାରପଡା-ଉଦୟପୁର ରାସ୍ତାର ଦୁବେଇପେଣ୍ଠ ନିକଟରେ ଶନିବାର ଅପରାହ୍ନରେ ଏକ କାର ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର ଚାଳକ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି। କାରଟି ଉଦୟପୁରରୁ ସାହାରପଡା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ଥ କାରକୁ ଜବତ କରି ଘଟଣାର ତଦନ୍ତ କରୁଛି।

Comments are closed.