ଓଭର ବ୍ରିଜରେ ଟାୟାର ଫାଟି କାର ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଓଭର ବ୍ରିଜ ଉପରେ ବୁଧବାର ଅପରାହ୍ନରେ ଏକ କାରର ଟାୟାର ଫାଟି ଯିବାରୁ କାରଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାରରେ ଥିବା ୫ ଜଣଙ୍କ ମଧ୍ୟରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଛି।

Comments are closed.