ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ପଥକର ଫାଟକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉଭୟଙ୍ ର ସଠିକ ପରିଚୟ ମିଳି ପାରିନଥିବା ବେଳେ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

Comments are closed.