ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ନିଶ୍ଚିନ୍ତପୁର ଗ୍ରାମରେ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଜଣେ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ହେଲେ ଗ୍ରାମର ସଞ୍ଜୟ ମୁଣ୍ଡାଙ୍କ ପତ୍ନୀ ପୁତକୁନି ମୁଣ୍ଡା ବୋଲି ଜଣାପଡିଛି। ମିଳିଥିବା ଖବର ଅନୁଯାୟୀ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଅନେକ ସମୟରେ ଝଗଡା ହୋଇଥାଏ। ଗତ ରାତିରେ ମଧ୍ୟ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡା ହୋଇଥିଲା। ତେବେ ଆଜି ସକାଳୁ ଘର ଭିତରେ ପୁତୁକୁନିଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ ସ୍ୱାମୀ ସଞ୍ଜୟ। ଅନ୍ୟଅଟେ ଖବର ପାଇ ପୁତୁକୁନିଙ୍କ ପରିବାର ଲୋକେ ଗ୍ରାମରେ ପହଞ୍ଚିଛନ୍ତି। ଖବର ପାଇ ପୁଲିସ  ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ପୁତୁକୁନି ମୁଣ୍ଡାଙ୍କ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି ନା ତାଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟାର ରୁପ ଦିଆଯାଇଛି ତାହା ସ୍ପଷ୍ଟ ହୋଇନାହିଁ ।

Comments are closed.