କୂଅ ଭିତରେ ପଡ଼ି ବୃଦ୍ଧ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଗଭୀର ପଥର କୂଅରେ ଖସିପଡ଼ି ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି । ଗୁରୁତର ବୃଦ୍ଧ ଜଣଙ୍କ ଗ୍ରାମର ତୀର୍ଥ ନାଏକ (୬୧) ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପାଟଣା ଅଗ୍ନିଶମ ବାହିନୀ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

Comments are closed.