ସର୍ପାଘାତରେ ଗଲା ବ୍ୟକ୍ତିଙ୍କ ଜୀବନ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଚିନାମାଳିପଶି ପଞ୍ଚାୟତ ନୂଆପଡା ଗ୍ରାମର ଶ୍ୟାମସୁନ୍ଦର ନାଏକଙ୍କ ପୁଅ ମନୀନ୍ଦ୍ର ନାଏକ (୪୦)ଙ୍କ ସର୍ପାଘାତରେ ମୃତ୍ୟୁ ଘଟିଛି । ଗତରାତିରେ ସେ ଘରେ ଶୋଇଥିବା ସମୟରେ ତାଙ୍କୁ ଏକ ବିଷାକ୍ତ ଚିତି ସାପ କାମୁଡି ଦେଇଥିଲା । ପରେ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଘଟଗାଁ ପୁଲିସ ଡାକ୍ତରଖାନାରେ ପହଞ୍ଚିବା ସହ ଶବ ବ୍ୟବଚ୍ଛେଦ କରାଇ ମନୀନ୍ଦ୍ରଙ୍କ ମୃତଦେହକୁ ତାଙ୍କ ପରିବାରକୁ ହସ୍ତାନ୍ତର କରିଛି ।

Comments are closed.