ପାଟଣାର ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ଦେହାନ୍ତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ଦେହାନ୍ତ ହୋଇଯାଇଛି। ବୁଧବାର ରାତି ୧୦ଟା ୩୦ରେ ହଲଦୀବଟା ସ୍ଥିତ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ଶ୍ରୀ ନାଏକ ସ୍ନାୟୁ ରୋଗରେ ପୀଡିତ ହୋଇ ଗତ ଡିସେମ୍ବର ୧୭ ତାରିଖରୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତୀ ହୋଇ ଚିକିତ୍ସିତ ହେଉଥିଲେ।
ଶ୍ରୀ ନାଏକ ଭାରତୀୟ ବାୟୁସେନାରୁ ଅବସର ପରେ ୨୦୦୦ ମସିହା ରୁ ୨୦୦୯ ମସିହା ପର୍ୟ୍ୟନ୍ତ ଭାରତୀୟ ଜନତା ପାର୍ଟି ତରଫରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଦୁଇ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ହଳଦୀବଟା ଗ୍ରାମରେ ନିଜସ୍ୱ ବାସଭବନରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଗତ ଡିସେମ୍ବର ୧୭ ରେ ଭୁବନେଶ୍ୱର କୁ ନେଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଶ୍ରୀ ନାଏକଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ କେନ୍ଦୁଝର ଜିଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ଏବଂ ଦଳର ବହୁ କର୍ମକର୍ତ୍ତା ଶୋକବ୍ୟକ୍ତ କରିଛନ୍ତି।

Comments are closed.