ନାବାଳକର ଅସ୍ବାଭାବିକ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା ଗ୍ରାମ ପାତୁ ସାହିର ରୟା ମୁଣ୍ଡା (୧୬) ନାମକ ଜଣେ ନାବାଳକର ଶନିବାର ସକାଳୁ ମୃତ୍ୟୁ ଘଟିଛି।

ସୂଚନା ମୁତାବକ, ନାବାଳକ ରୟା କାମରୁ ଆସି ଖାଇ ପିଇ ଶୋଇଥିଲେ। ଶନିବାର ସକାଳୁ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନାହିଁ। ଏନେଇ ଘଟଗାଁ ଥାନାଧିକାରୀ ବନ୍ଦନା ପାତ୍ର ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି।

Comments are closed.