ପିସିସି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର :  ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି Iଏହି ଉପଲକ୍ଷେ ସକାଳେ ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ I ପରେ କଂଗ୍ରେସ ନେତୃବୃନ୍ଦ କଂଗ୍ରେସ ଭବନ ଠାରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ Iଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ଉତ୍କଳମଣି ଗୋପବନ୍ଧୁ ଥିଲେ ତ୍ୟାଗ ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ I ରାଜନୀତି କ୍ଷେତ୍ରରେ ଓଡିଶାକୁ କଂଗ୍ରେସ ସହ ସାମିଲ କରିବାରେ ସେ ହେଉଛନ୍ତି ପ୍ରଥମ ବ୍ୟକ୍ତି ଓ ପ୍ରଥମ ସଭାପତି I ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଶ୍ରୀ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ I

ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ନେତୃବୃନ୍ଦ ସର୍ବଶ୍ରୀ ଶରତ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, କିଶୋର ଜେନା, ମନୋରଞ୍ଜନ ଦାଶ, ଜ୍ୟୋତିଷ ସାହୁ, ପ୍ରଣତି ମିଶ୍ର, ପ୍ରକାଶ ମିଶ୍ର, ଲିଙ୍ଗରାଜ ସାହୁ, ଦୀପକ ମହାପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ସଂକୁନା କଁହର, ଦେବେନ୍ଦ୍ର ପ୍ରାସାଦ ଦାଶ, ଶ୍ରେୟାସ୍ମିତା ପଣ୍ଡା, ମୁନି ଥାପ୍ପା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧା‌ଞ୍ଜଳି ଜଣାଇଥିଲେ I

Comments are closed.